ଆଜି ରାଜ୍ୟସଭା ନିର୍ବାଚନ ନାମାଙ୍କନ ଦାଖଲର ଶେଷଦିନ। ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ରିଟର୍ଣ୍ଣିଂ ଅଫିସରଙ୍କ ଆଗରେ ୩ ସେଟ୍ ର ନାମାଙ୍କନ ଦାଖଲ କରିଛନ୍ତି ସଂତୃପ୍ତ । ନାମାଙ୍କନ ସମୟରେ ଉଭୟ ବିଜେଡି, କଂଗ୍ରେସ ସଦସ୍ୟ ଉପସ୍ଥିତ ଥିଲେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ପିସିସି ସଭାପତି ଭକ୍ତ ଦାସଙ୍କୁ ଏହି ସମୟରେ ଏକ ସଙ୍ଗରେ ବସିଥିବା ଦେଖିବାକୁ ମିଳିଥିଲା।
କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ସେହିପରି ବିଜେଡିର କିଛି ବିଧାୟକ ମଧ୍ୟ ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ଥିଲେ। ସେହିପରି ରାଜ୍ୟସଭା ପାଇଁ ନାମାଙ୍କନ ଭରିଛନ୍ତି ଡା. ଦତ୍ତେଶ୍ବର ହୋତା। ମିଳିତ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଡା. ହୋତା।

