ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶାରେ ଅମିତ ଶାହ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ବାଗତ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ବିମାନବନ୍ଦରରୁ ସିଧାସଳଖ କଟକ ମୁଣ୍ଡଳୀସ୍ଥିତ CISFର ୫୭ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଏହାପରେ ପାରଦୀପ ଗସ୍ତ କରିବେ । ସେଠାରେ ଦିନ ୧ଟା ୪୫ ମିନିଟରେ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟର ଲୋକାର୍ପଣ କରିବେ। ପାରାଦୀପରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବର ଫେରିବେ ଗୃହ ମନ୍ତ୍ରୀ । ଭୁବନେଶ୍ୱରରେ ଜାତୀୟ ଫୋରେନସିକ୍ ସାଇନ୍ସ ୟୁନିଭର୍ସିଟି (NFSU) ର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିବେ ।

ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ । ଏହି ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା ସରକାର ୪୦ ଏକର ଜମି ଯୋଗାଇ ଦେଇଛନ୍ତି । ସେ କେନ୍ଦ୍ରୀୟ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀ (CFSL) ର ମଧ୍ୟ ଭୂମି ପୂଜନ କରିବେ ।

ଭୁବନେଶ୍ୱରରେ ନୂଆ ନ୍ୟାୟ ସଂହିତା ଉପରେ ଏକ ପ୍ରଦର୍ଶନୀର ଉଦଘାଟନ କରିବା ସହ ଏକ ମୋବାଇଲ୍ ଫୋରେନସିକ୍ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିବେ ।

Post Views7 Total Count

Apply Now


This will close in 0 seconds

error: Content is protected !!