ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ

ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ।

ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!