ଓଡ଼ିଶାକୁ ବାତ୍ୟା ଭୟ,ଲଘୁଚାପ କ୍ଷେତ୍ର ସୃଷ୍ଟି

ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଆଉ ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର । ଡରାଉଛି ଶ୍ରୀଲଙ୍କା ସ୍ଥିତ ଗଲ୍ଫ ଅଫ୍ ମନାରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଘନୀଭୂତ ହୋଇ ଲଘୁଚାପର ରୂପ ନେଇ ପାରେ ଘୂର୍ଣ୍ଣିବଳୟ । ଓଡ଼ିଶାକୁ ବାତ୍ୟାର ଆଶଙ୍କା ସୃଷ୍ଚି କରିଛି ଏହି ଘୂର୍ଣ୍ଣିବଳୟ କିନ୍ତୁ ଏହା ଓଡ଼ିଶାକୁ କେତେ ଦୁର ପ୍ରଭାବିତ କରିବ ଏବେଠାରୁ ଆକଳନ କରିବା ସମ୍ଭବ ନୁହେଁ ।

ସେପଟେ ଆସନ୍ତା ୨୪ ଘଂଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଜିଲ୍ଲାରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ ।ଏଥିପାଇଁ ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ୍, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ଆଜି ମୟୂରଭଂଜ ଓ କେଉଁଝର ଜିଲ୍ଲାରେ କାଳବୈଶାଖୀର ଅଧିକ ପ୍ରଭାବ ରହିବ ।

ଏଥିସହିତ ପବନର ବେଗ ୪୦ ରୁ ୫୦ କିଲୋମିଟର ଯାଏଁ ରହିବ । ସେହିପରି ରାୟଗଡ଼ା, କୋରାପୁଟ୍, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ କାଳବୈଶାଖୀ ପ୍ରକୋପ ଅନୁଭୂତ ହେବ । ଏଭଳି କାଳବୈଶାଖୀର ପ୍ରଭାଵ ଆସନ୍ତା ୧୫ ତାରିଖ ଯାଏଁ ଚାଲିବ ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!