ନୂଆ ଉପକୂଳ ରାଜପଥକୁ କ୍ୟାବିନେଟ୍‌ରେ ମଞ୍ଜୁରୀ

ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳି ବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଜାତୀୟ ରାଜପଥ ଏବଂ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିରେ ସେ ଲେଖିଛନ୍ତି ଓଡ଼ିଶାର ବିକାଶ ପାଇଁ ସମର୍ଥନ ପାଇଁ ଧନ୍ୟବାଦ ଜଣାଉଛି। 

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଖୋର୍ଦ୍ଧା ଜିଲ୍ଲା ରାମେଶ୍ବରରୁ ପାରାଦୀପ ପର୍ଯ୍ୟନ୍ତ ୧୬୩ କିଲୋମିଟର ଏହି ରାଜପଥ ନିର୍ମାଣ ହେବ। ଏହି ମେଗା ପ୍ରକଳ୍ପରେ ୮,୩୦୦.୭୯ କୋଟି ଟଙ୍କା ଖର୍ଚ୍ଚ ହେବ। ନୂଆ ଉପକୂଳ ରାଜପଥ ରାମେଶ୍ବର ଠାରୁ ପାରାଦୀପରେ ପହଞ୍ଚିବ। ଅର୍ଥାତ ଏହି ପ୍ରକଳ୍ପ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଳ୍ଲାକୁ ଛୁଇଁବ। ଏହି ପ୍ରକଳ୍ପ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିକାଶରେ ସହାୟକ ହେବ।  

Post Views42 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!