ସକାଳୁ ଭିଜୁଛି ରାଜଧାନୀ

ମୌସୁମୀ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ତେବେ ୨୮ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହା କହିଛନ୍ତି ।

ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ୨୩, ୨୪ ଓ ୨୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

Post Views25 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!