ତାମିଲନାଡୁ ଗ୍ୟାସ ଲିକ୍ ଘଟଣାରେ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ତାମିଲନାଡୁ ଗ୍ୟାସ ଲିକ୍ ଘଟଣାରେ ପ୍ରାଣ ହରାଇଥିବା ଓଡିଆଙ୍କୁ ମିଳିବ ସହାୟତା ରାଶି । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରବିବାର ତାମିଲନାଡୁର ତିରୁଭଲ୍ଲୁରେ ଏକ କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ଯୋଗୁଁ ପ୍ରାଣ ହରାଇଥିବା ଓଡିଆ ଶ୍ରମିକଙ୍କ ପରିବାର ପାଇଁ ଚାରି ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇଛନ୍ତି। ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

ଏହାସହ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଏପରିକି ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!