ପାଠ୍ୟ ପୁସ୍ତକ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ। ଏହି ଘଟଣାକୁ ଗୁରୁତର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମ ବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 
ସୂଚନାଯୋଗ୍ୟ ଯେ, ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ। ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା। ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ନିଲମ୍ବନ ହୋଇଥିବା ୪ ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶ ମନୋଜ ପାଢ଼ୀ, ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ପାଢ଼ୀ, ଦିଲ୍ଲୀପ କୁମାର ସାହୁ ଓ ଭାରତୀ ଟୁଡ଼ୁ । ପାଠ୍ୟପୁସ୍ତକରେ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀ କହିଥିଲେ କି, ଯେଉଁମାନେ ଏହି ଷଡ଼ଯନ୍ତ୍ରରେ ସମ୍ପୃକ୍ତ ଥିବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Post Views53 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!