୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସରକାରୀ ସେବାରେ ସଫଳତା ପଦବୀ ଦ୍ୱାରା ମପା ଯାଏ ନାହିଁ, ବରଂ ନାଗରିକଙ୍କ ଜୀବନରେ କି ପରିବର୍ତ୍ତନ ଆଣିପାରୁଛନ୍ତି, ତାହା ଦ୍ୱାରା ମପାଯାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ତମ ନିଯୁକ୍ତି ମେଳାରେ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ ଅବସରରେ କହିଛନ୍ତି।
ଭୁବନେଶ୍ୱରଠାରେ ଆୟୋଜିତ ଏହି ନିଯୁକ୍ତିମେଳା କାର୍ଯ୍ୟକ୍ରମରେ ଆଜି ୯ଟି ବିଭାଗରେ ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏଥିରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ୩୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୩୬୧ ଜଣ କନିଷ୍ଠ ଯନ୍ତ୍ରୀ, ଶକ୍ତି ବିଭାଗ ଓ OHPCରେ ୧୨ ଜଣ କନିଷ୍ଠ ଯନ୍ତ୍ରୀ ଓ ୨୨୮ ଟ୍ରେନି, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୧୧୮ ଜଣ ସହକାରୀ କୃଷି ଅଧିକାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୧୧ ଜଣ ସହକାରୀ ପ୍ରାଧ୍ୟାପକ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରେ ୧୫ ଜଣ କନିଷ୍ଠ ଯନ୍ତ୍ରୀ ଓ ୭୧ ଜଣ ପ୍ରାଣିଧନ ନିରିକ୍ଷକ, କ୍ରୀଡା ବିଭାଗରେ ୨୬ ଜଣ ଜୁନିଅର କୋଚ୍, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୦ ଜଣ ପ୍ରଶିକ୍ଷକ ଏବଂ ଅବକାରୀ ବିଭାଗରେ ୧୦ ଜଣ ଉପ-ନିରିକ୍ଷକଙ୍କୁ ନିଯୁକ୍ତି ମିଳିଛି।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!