ଟ୍ରାକରୁ ଖସିଲା ୬ଟି ବଗି

କୋଲକାତାରୁ ସାଇରାଙ୍ଗ ଯାଉଥିବା କୋଲକାତା-ସାଇରାଙ୍ଗ ଏକ୍ସପ୍ରେସ୍‌ର ୫ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

ସୂଚନାନୁଯାୟୀ, ଗୌହାଟିର ଉପକଣ୍ଠ ଦିଗାରୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ମଧ୍ୟ ଜଣାପଡ଼ିଛି । ରେଳ ଲାଇନ ପରିବର୍ତ୍ତନ ସମୟରେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣା ପରେ ତୁରନ୍ତ ରେଳ ବିଭାଗର ଅଧିକାରୀ ଓ ପୁଲିସ ଟିମ୍‌ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଉଦ୍ଧାର କାର୍ଯ୍ୟରେ ବିପର୍ଯ୍ୟୟ ମୁକାବିଲା ବାହିନୀ ମଧ୍ୟ ନିୟୋଜିତ ହୋଇଛନ୍ତି। ଲାଇନଚ୍ୟୁତ ୭ଟି ବଗି ମଧ୍ୟରେ ଫସି ରହିଥିବା ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବାକୁ ଜୋରଦାର ପ୍ରୟାସ ଜାରି ରହିଛି । ତେବେ ଏପର୍ଯ୍ୟନ୍ତ କାହାରି ମୃତ୍ୟୁ ହୋଇଥିବା ନେଇ କୌଣସି ଖବର ମିଳିନାହିଁ। ଦୁର୍ଘଟଣାର ପ୍ରକୃତ କାରଣ ଓ କ୍ଷୟକ୍ଷତି ସମ୍ପର୍କରେ ରେଳ ବିଭାଗ ପକ୍ଷରୁ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି ।

ଅନ୍ୟପଟେ ଦୁର୍ଘଟଣା ଯୋଗୁଁ ରେଳ ଚଳାଚଳ ପ୍ରଭାବିତ ହୋଇଛି । ଅନେକ ଟ୍ରେନ ବିଳମ୍ବିତ ହେଉଥିବା ସହ କିଛି ଟ୍ରେନର ରୁଟ୍ ପରିବର୍ତ୍ତନ କରାଯାଉଛି ।

Post Views79 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!