ମାଲକାନଗିରିରେ ୧୦ କନିଷ୍ଠ ଶିକ୍ଷକ ବହିଷ୍କୃତ

ଦୀର୍ଘଦିନ ଧରି କାର୍ଯ୍ୟରେ ଯୋଗଦେଇନଥିବାରୁ ମାଲକାନଗିରିରେ ୧୦ କନିଷ୍ଠ ଶିକ୍ଷକ ବହିଷ୍କୃତ। ଜିଲ୍ଲା ଶିକ୍ଷାଧିକାରୀ ମାନସ କୁମାର ଜେନା ସେମାନଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି। କାରଣ ଦର୍ଶାଅ ନୋଟିସ୍ ହୋଇଥିଲା। ନୋଟିସର ଉତ୍ତର ଦେଇନଥିବାରୁ କାମରୁ ବହିଷ୍କାର କରାଯାଇଛି।

ମାଥିଲି ବ୍ଲକର ମେଣ୍ଡକୁଲି ୟୁପିଏସର ଶିକ୍ଷୟତ୍ରୀ ସସ୍ମିତା ସାହୁ ଦୀର୍ଘ ଦିନ ଧରି ନିଜ ସ୍କୁଲରେ କୌଣସି କାରଣ ନଦର୍ଶାଇ ଅନୁପସ୍ଥିତ ରହିଥିଲେ।

ମାଲକାନଗିରି ଜିଲ୍ଲା ସଦର ବ୍ଲକର ଏମଭି-୧ ନୂତନ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଳୀମା ଜେନା, ଭୀମାରାଙ୍ଗିନି ପିୟୁପିଏସର ରମେଶ ଚନ୍ଦ୍ର ନାୟକ, ବିଜାପଦର ୟୁପିଏସର ଅରୁଣା ରାଣୀ ବେଉରିଆ, ରାଉଲିଗୁଡା ପିୟୁପିଏସର ସନ୍ତୋଷ କୁମାର ସ୍ବାଇଁ,

ବିଜାପଦର ୟୁପିଏସର ଜସମିନ ଦାସ, ଏମଭି-୮୪ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଦେବଶ୍ରୀ ବେହେରା, କାଲିମେଳା ବ୍ଲକର ଏମଭି-୯୦ ୟୁପିଏସର ଶିକ୍ଷୟତ୍ରୀ ସାବିତ୍ରୀ ପାତ୍ର, ନାଲାଗୁଣ୍ଠି ପିୟୁପିଏସର ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ସୁତାର, ଜନ୍ତୁରାଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରଂଜନ କୁମାର ବେହେରା

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!