ସୂର୍ଯ୍ୟମନ୍ଦିରର ଗର୍ଭ ଗୃହରୁ ପ୍ରଥମ ପର୍ଯ୍ୟାୟରେ ବାଲି କାଢ଼ିବା କାର୍ଯ୍ୟ ଆରମ୍ଭ

ସୂର୍ଯ୍ୟମନ୍ଦିରର ଗର୍ଭ ଗୃହରୁ ପ୍ରଥମ ପର୍ଯ୍ୟାୟରେ ବାଲି କାଢ଼ିବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟ । କୋଣାର୍କ ସୂର୍ଯ୍ୟମନ୍ଦିରରୁ କଢ଼ାଯିବ ୧୨୦ ବର୍ଷର ବାଲି ।

ଏହି ବାଲି କାଢ଼ିବା ସମୟରେ ସୂର୍ଯ୍ୟ ମନ୍ଦିରର କୀର୍ତ୍ତୀ ରାଜି ପ୍ରତି ବିଶେଷ ଧ୍ୟାନ ଦେବାକୁ ଦାବି କରିଛି କୋଣାର୍କ ସୁରକ୍ଷା ସମିତି । ୧୯୦୩ ମସିହାରେ ସୂର୍ଯ୍ୟ ମନ୍ଦିରର ସୁରକ୍ଷାକୁ ନେଇ ଗର୍ଭଗୃହରେ ବାଲି ଭର୍ତ୍ତି କରାଯାଇ ଜଗମୋହନ ଦ୍ବାରକୁ ବନ୍ଦ କରାଯାଇଥିଲା ।

ସୂର୍ଯ୍ୟମନ୍ଦିରରୁ ବାଲି କଢ଼ାଯିବ ନିଷ୍ପତ୍ତି ପରେ, ଗତ ବର୍ଷ ସେପ୍ଟେମ୍ବର ମାସରୁ ଏଏସଆଇ ଓ ବିଡିଆର ପକ୍ଷରୁ କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଲିଫ୍ଟ ପାଇଁ ଉତ୍ତର ଓ ପଶ୍ଚିମ କୋଣରେ ଏକ କ୍ରେନ ସାହାଯ୍ୟରେ ଲୁହା ବିମ୍ ଲଗାଯାଇଛି । ଏହିଭଳି ଆଉ ୩ଟି ଲୁହା ବିମ୍ ଲାଗିବ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!