ବିମାନ ଦୁର୍ଘଟଣା : ଆଜି ନେପାଳ ପାଳନ କରୁଛି ରାଷ୍ଟ୍ରୀୟ ଶୋକ

ଗତକାଲି ପୋଖରା ବିମାନ ବନ୍ଦରରେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ୭୨ ଜଣ । ଯେଉଁଥିରେ ୫ ଜଣ ଭାରତୀୟ ଥିଲେ । ଏଥିମଧ୍ୟରୁ ୪ ଜଣ ଉତ୍ତରପ୍ରଦେଶର ଗାଜୀପୁର ଜିଲ୍ଲାର ।

ଏହି ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଆଜି ନେପାଳରେ ରାଷ୍ଟ୍ରୀୟ ଶୋକ ପାଳନ ହେଉଛି । ଏହି ବିମାନ ଦୁର୍ଘଟଣା ଗତ ୩୦ ବର୍ଷ ମଧ୍ୟରେ ସବୁଠାରୁ ଭୟଙ୍କର ଦୁର୍ଘଟଣା ମଧ୍ୟରୁ ଗୋଟିଏ ।

ଚୀନ ସହାୟତାରେ ତିଆରି ହୋଇଥିବା ଏହି ବିମାନ ବନ୍ଦର ଜାନୁଆରୀ ୧ରେ ଉଦଘାଟନ ହୋଇଥିଲା । ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ ଏହି ବିମାନ ବନ୍ଦରର ଉଦଘାଟନ କରିଥିଲେ ।

ଏବେ ବି ରେସ୍କ୍ୟୁ ଅପରେସନ୍ ଜାରି ରହିଛି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ତେବେ ଦୁର୍ଘଟଣାର ଶିକାର ହୋଇଥିବା ୟେଟି ବିମାନଟି ବହୁ ପୁରୁଣା ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!