ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ

ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ସ୍ୱର୍ଗତ ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି।

ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୨୬ବର୍ଷ ହୋଇଥିଲା। ଅକ୍ଲାନ୍ତଙ୍କର ଲିଭରରେ ସମସ୍ୟା ଥିଲା। ଏଥିପାଇଁ ସେ କିଛି ଦିନ ହେଲା ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ।

ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଧୀରେ ଧୀରେ ସୁଧାର ଆସୁଥିଲା। ହଠାତ୍‌ ରାତିରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ସଂକଟାପନ୍ନ ହେବାରେ ଲାଗିଥିଲା।

ଡାକ୍ତର ତାଙ୍କୁ ବଞ୍ଚାଇବାକୁ ପୂରା ପ୍ରୟାସ କରିଥିଲେ। କିନ୍ତୁ ଡାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଥିଲା। କଟକ ସତୀଚଉରାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି ।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!