ବିଶିଷ୍ଟ ସେବା ପାଇଁ ୩୪ ଜଣଙ୍କୁ ମେଡାଲ

ପୋଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ୩୪ ଜଣ ପୋଲିସ ମେଡାଲ ପାଇଛନ୍ତି।

ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପାଇଛନ୍ତି ଟୁଇନ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ର। ସେହିଭଳି ସାହାସିକତା ପାଇଁ ଦୁଇ ଜଣ SOG କମାଣ୍ଡୋ କୁମାର କର୍ମୀ ଓ ପୀତବାସ ପାଣ୍ଡେଙ୍କୁ ପୁରସ୍କୃତ କରାଯାଇଛି। ଉଲ୍ଲେଖନୀୟ ସେବା ପାଇଁ ୧୦ ଜଣଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି ।

ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୋଲିସ ମେଡାଲ ପ୍ରଦାନ ଉତ୍ସବ ।

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!