ଆଖି ବୁଜିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ

ଆଖି ବୁଜିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜୀବନ ଓ ମୃତ୍ୟୁ ସହିତ କେଇ ଘଣ୍ଟା ପର୍ଯ୍ୟନ୍ତ ଲଢ଼େଇ କରିବା ପରେ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଗମନ କରିଥିବା ନବକିଶୋରଙ୍କୁ ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୧ ବର୍ଷ ବୟସ ହୋଇଥିଲା।

ସେ ୧୯୬୨ ମସିହା ଜାନୁଆରି ୭ ତାରିଖରେ ସମ୍ବଲପୁରରେ ଜନ୍ମଗ୍ରହଣ କରିଥିଲେ। ନବ ଦାସଙ୍କ ପରଲୋକରେ ପଶ୍ଚିମ ଓଡ଼ିଶା ସମେତ ପୂରା ରାଜ୍ୟ ଜଣେ ଟାଣୁଆ ନେତାଙ୍କୁ ହରାଇଛି। ଭୁବନେଶ୍ବର ଆପୋଲେ ହସ୍ପିଟାଲରେ ରାଜ୍ୟର ଜଣାଶୁଣା ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଦଳ ବହୁ ଉଦ୍ୟମ କରିଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ପାରିନାହାନ୍ତି।

ଆଜି ମଧ୍ୟାହ୍ଣରେ ସେ ଏକ କାର୍ଯ୍ୟକ୍ରମରେ ବ୍ରଜରାଜନଗର ଯାଇଥିବା ବେଳେ ସ୍ଥାନୀୟ ଗାନ୍ଧୀଛକ ଫାଣ୍ଡିର ପୁଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରିଥିଲେ।

ଏହି ଗୁଳିମାଡ଼ ପରେ ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା ଓ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗୁରୁତର ନବ ଦାସଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଡାକ୍ତରୀ ଟିମ୍‌ ବହୁ ଉଦ୍ୟମ କରି ଶେଷରେ ବିଫଳ ହୋଇଛନ୍ତି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!