ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।। ୧୦ ଓ ୧୧ ଦୁଇଦିନ ଧରି ସେ ଓଡ଼ିଶାରେ ରହିବେ । ଦୁଇଦିନିଆ ଗସ୍ତରେ ଆସି ଭୁବନେଶ୍ୱର ଓ କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ତେବେ ଭୁବନେଶ୍ୱରରେ ତିନୋଟି ଓ କଟକରେ ୧ଟି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ସେ ଭୁବନେଶ୍ୱରସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ତାସହ ଭୁବନେଶ୍ୱରର ଉତ୍କଳ ମଣ୍ଡପ ଓ କଟକର ସିଆରଆରଆଇରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।

ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଦ୍ବିତୀୟ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ ତାରିଖରେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି।

ଅପରାହ୍ଣ ୪ଟା ୧୫ ମିନିଟ୍ ସମୟରେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ତାରିଖ ସକାଳ ୯ଟା ୧୫ରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!