ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି ।

ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ ଲୋକେ ମଧ୍ୟ ଏହାର ମଜା ଉଠାଇଛନ୍ତି ।

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ କହିପାରିବ ଦହିବରାର ସ୍ୱାଦ କେତେ ଭଲ ।ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ସକାଳ ହେଉ କି ମଧ୍ୟାହ୍ନ ଦହିବରା ସାଙ୍ଗରେ ଆଳୁଦମ ଏକ ସ୍ୱତନ୍ତ୍ର ମହତ୍ତ୍ୱ ରଖେ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!