ଆଜି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଯିବେ । ଅପରାହ୍ନ ୫ଟା ୨୦ ରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରୁ ସିଧା ଯାଇ ନବନିର୍ମିତ ବିର୍ସାମୁଣ୍ଡା ଆଥଲେଟିକ ଷ୍ଟାଡିୟମର କରିବେ ଶୁଭ ଉଦଘାଟନ ।

ସେଠାରେ ୧୦ହଜାରରୁ ଅଧିକ ଦର୍ଶକ କ୍ଷମତା ବିଶିଷ୍ଟ ଫୁଟବଲ ଷ୍ଟାଡିୟମ, ଆଥଲେଟିକ ଟ୍ରାକ ଓ ସୁଇମିଂ ପୁଲ କମ୍ପ୍ଲେକ୍ସ ଓ ୧୮୦ଟି କାର ପାର୍କିଂ ବିଶିଷ୍ଟ ମଲଟି ଲେବୁଲ କାର ପାର୍କିଂର ଲୋକାର୍ପଣ କରିବେ ।

ଏହାସହ ଜିଲ୍ଲାର ବିକାଶ ପାଇଁ ୯୦୦କୋଟି ଟଙ୍କାର ୬୦୦ରୁ ଅଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ପରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ମିତ ହକି ତାଲିମ କେନ୍ଦ୍ର ଲୋକାର୍ପଣ ପରେ ୫ଟା ୫୦ ମିନିଟରେ ଓ୍ବାର୍ଲଡ କପ ଭିଲେଜ ଆସିବେ ନବୀନ । 6 ଟା 55 ମିନିଟରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ FIH ହକି ପ୍ରୋ ଲିଗ ଉଦଘାଟନୀ ଉତ୍ସବରେ ଯୋଗଦେବେ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!