ଦୁଇ ଦିନ ପରେ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ବଢିବ । ଆସନ୍ତା ୧୫ ତାରିଖରେ ୧୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୬ ତାରିଖରେ ଘଡଘଡି ବିଜୁଳି ସହ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଉପକୂଳ ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି । ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । କାଳବୈଶାଖୀ ଯୋଗୁ ରବି ଫସଲ ବ୍ୟାପକ ଭାବରେ ପ୍ରଭାବିତ ହେବାର ସମ୍ଭାବନା ରହିଛି ।
ବିଶେଷ କରି ଡାଲିଜାତୀୟ ଫସଲ ଅମଳ ସମୟ ହୋଇଥିବାରୁ ସେଗୁଡିକ ସୁରକ୍ଷିତ ରଖିବା ପାଇଁ ପରାମର୍ଶ ଦେଇଛନ୍ତି କୃଷି ପାଣିପାଗ ବିଜ୍ଞାନୀ ।

