ଆସନ୍ତା ୨୦ ତାରିଖରେ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା

କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି ।

ଓଡ଼ିଶା ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ପବନ ବେଳେ କ୍ଷୟକ୍ଷତି ନେଇ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି ।

Post Views38 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!