ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ମୋଟ୍ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ।ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା।

ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା।

ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିଲା।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!