ଦ୍ବୈତ ନଗରୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଆଜି ରାଜ୍ୟରେ ବର୍ଷା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଦ୍ବୈତ ନଗରୀରେ ବିଜୁଳି, ଘଡ଼ଘଡ଼ି ସହ ସହ ପ୍ରବଳ ବର୍ଷା ହୋଇଛି। ଏହାଛଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ସମେତ କେତେକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁରୂପ ବର୍ଷା ହୋଇଥିବାର ଖବର ମିଳିଛି। କଟକରେ ବର୍ଷା ଓ ଝଡ଼ର ପ୍ରଭାବରେ କେତେକ ସ୍ଥାନରେ ଗଛ ଓ ହୋର୍ଡିଂ ଭାଙ୍ଗିଯାଇଥିବା ପରିଲକ୍ଷିତ ହୋଇଛି।

ଏହି କାରଣରୁ ପ୍ରାୟ ଘଣ୍ଟାଏ କାଳ ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଗତକାଲି ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଜପତି, ଭଦ୍ରକ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିଥିଲା।

Post Views38 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!