ଥାନାରେ ହାଜର ହେବେ ଡିଜେ ଆଜେକ୍ସଙ୍କ ପ୍ରେମିକା ଓ ପ୍ରେମିକାଙ୍କ ସାଙ୍ଗ

ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା ମାମଲାରେ ଦୁଇ ଜଣଙ୍କ ନାଁରେ ଖାରବେଳନଗର ଥାନା ପୁଲିସ ମାମଲା ରୁଜୁ କରିଛି। ଡିଜେ ଆଜେକ୍ସଙ୍କ ପ୍ରେମିକା ଓ ପ୍ରେମିକାଙ୍କ ସାଙ୍ଗଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାଯାଇଛି। ଆଇପିସିର ଧାରା ୩୦୬ ଓ ୩୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୁଲିସ। ଖୁବ ଶୀଘ୍ର ଡିଜେ ଆଜେକ୍ସଙ୍କ ପ୍ରେମିକା ଓ ତାଙ୍କର ବନ୍ଧୁଙ୍କୁ ଥାନାକୁ ଡାକି ବୟାନ ରେକର୍ଡ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଆଜେକ୍ସଙ୍କ ବାନ୍ଧବୀ ଓ ତାଙ୍କ ପ୍ରେମିକଙ୍କ ହାତ ଥିବା କୁହାଯାଇଛି। ଦୁହେଁ ମିଶି ତାଙ୍କୁ ବ୍ଲାକମେଲ୍ କରୁଥିବାରୁ ସେ ଏଭଳି ଚରମ ପଦକ୍ଷେପ ନେଇଛନ୍ତି ବୋଲି ଆଜେକ୍ସଙ୍କ ମା’ ଲକ୍ଷ୍ମୀପ୍ରିୟା ଥାନାରେ ଅଭିଯୋଗ କରିଛନ୍ତି।

ଗତ ଶନିବାର ଖାରବେଳେ ନଗର ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଶେଷଥର ପାଇଁ ସେ ସନ୍ଧ୍ୟା ସାଢ଼େ ୬ଟାରେ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବା ପରେ ଡିଜେ ଆଜେକ୍ସ ଓରଫ୍ ଅକ୍ଷୟ କୁମାରଙ୍କୁ ପରିବାର ଲୋକେ ଏକ ଘରୋଇ ହସ୍ପିଟାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।

Post Views39 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!