୨୩ ତାରିଖରେ ଆସୁଛି ଆଉ ଏକ ପଶ୍ଚିମା ଝଡ

୨୩ ତାରିଖରେ ଆଉ ଏକ ପଶ୍ଚିମା ଝଡ ଆସୁଛି । ଏହା ପ୍ରଭାବରେ କାଳବୈଶାଖିର ତାଣ୍ଡବ ଲାଗିରହିବ । ୨୫ ଯାଏଁ ସାରା ରାଜ୍ୟରେ ବର୍ଷା ଜାରି ରହିବ । ମଧ୍ୟାହ୍ନରେ ତାପମାତ୍ରା ବଢିଲେ ବି ଅପରାହ୍ନରେ ବର୍ଷା ହେବ । କାଲିଠାରୁ ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ବଢିବ ।

ଗତ ୨୪ ଘଣ୍ଟା ମଧ୍ୟରେ ସୋନପୁର ରେ ସର୍ବାଧିକ ୩୩.୪ ମିମି ବର୍ଷା ରେକର୍ଡ କରାଯାଇଛି। ଖୋର୍ଦ୍ଧା, କଟକ, ଯାଜପୁର, ବଲାଙ୍ଗୀର, ମୟୁରଭଞ୍ଜ, ବାଲେଶ୍ବର, ରାୟଗଡା, କୋରାପୁଟରେ କୁଆପଥର ବୃଷ୍ଟି ରେକର୍ଡ ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ। ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ପ୍ରଚଣ୍ଡ ଘଡଘଡି ବିଜୁଳି ସହ କୁଆପଥର ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଉକ୍ତ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା, କଟକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ସମ୍ବଲପୁର ଏବଂ ଦେବଗଡ । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Post Views15 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!