ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି।
ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।
ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ସରକାର ଥିବା ସମୟରେ ମନମୋହନ ମନ୍ତ୍ରୀ ଥିଳେ। ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି।

