ଆସୁଛି ଆଉ ଏକ ପଶ୍ଚିମାଝଡ

ଆସୁଛି ଆଉ ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି । ଏପରିକି ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ୨୫ ତାରିଖରେ ଦକ୍ଷିଣ ଓ ଉତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!