ନିକୁଞ୍ଜ ବିହାରୀ ଧଳ ହେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାର ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନୀଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି।

ସେହିପରି ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିସନର (ଏସ୍‌ଆରସି) ଭାବେ ଦାୟିତ୍ବ ମିଳିଛି।

ତାଙ୍କୁ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଏସିଏସ୍‌ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ସଚିବ ସଂଜୟ ସିଂଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଏବଂ ଜ୍ଞାନରଂଜନ ଦାସଙ୍କୁ ଓଏସ୍‌ଡିଏମ୍‌ଏର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ବ ମିଳିଛି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!