ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ନବଙ୍କ ଦେହାନ୍ତ ପରେ ଝାରସୁଗୁଡା ଆସନ ଫାଙ୍କା ପଡିଛି । ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ଝାରସୁଗୁଡା ଉପ-ନିର୍ବାଚନ ସବୁ ଦଳ ପାଇଁ ଅଗ୍ନିପରୀକ୍ଷା ହେବାକୁ ଯାଉଛି ।
ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ପ୍ରକାଶ ପାଇବ ।
ମେ’ ୧୩ରେ କର୍ଣ୍ଣାଟକ ବିଧାନସଭାର ଫଳାଫଳ ମଧ୍ୟ ଘୋଷଣା ହେବ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ଉପ-ନିର୍ବାଚନ ହେବ ।

