ଆଗାମୀ ୩ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ରାଜ୍ଯରେ ପ୍ରଚଣ୍ଡ ଘଡଘଡି ବିଜୁଳି ସହ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

୩୧ ତାରିଖ ଯାଏ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଉକ୍ତ ୨୫ ଜିଲ୍ଲାଗୁଡ଼ିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା କଟକ, ଜଗତସିଂହପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!