ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ମେ ୧୩ ତାରିଖରେ ଭୋଟ୍ ଗଣତି ହେବ । ଏପ୍ରିଲ ୨୦ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ଆଶାୟୀ ପ୍ରାର୍ଥୀ । ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବେ ଦୀପାଳି ଦାସ । ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ହେଉଛନ୍ତି ଦୀପାଳି ଦାସ ।

ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେବ ଉପନିର୍ବାଚନ । ଏପ୍ରିଲ ୨୧ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦେଇଛନ୍ତି ନିର୍ବାଚନ କମିଶନ । ନବ ଦାସ ୨୦୦୯, ୨୦୨୧୪ କଂଗ୍ରେସରୁ ବିଧାୟକ ହୋଇଥିବାବେଳେ ୨୦୧୯ ପୂର୍ବରୁ ବିଜେଡିରେ ଯୋଗ ଦେଇ ନିର୍ବାଚନ ଲଢି ବିଜୟୀ ହୋଇଥିଲେ।

କ୍ୟାବିନେଟ୍ ମନ୍ତ୍ରୀ ହୋଇ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱରେ ବି ଥିଲେ । ତେବେ ତାଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ଉପନିର୍ବାଚନରେ ଲଢେଇ ଜୋରାଦର ହେବ । କାରଣ ନବ ଦାସ ହତ୍ୟା କାଣ୍ଡକୁ ନେଇ ବିରୋଧୀ-ଶାସକ ଦଳ ମୁହାଁମୁହିଁ ସ୍ଥିତିରେ ଅଛନ୍ତି ।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!