ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏପ୍ରିଲ ୧୫ ତାରିଖରୁ ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ । ଯଦି ପଶ୍ଚିମା ଝଡର ପ୍ରଭାବ କମିଯାଏ ତେବେ ଅସ୍ବାଭାବିକ ଭାବରେ ତାପମାତ୍ରା ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।
ଏଥିପାଇଁ କାଲି ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଅଧିକାଂଶ ସ୍ଥାନରେ କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।
।

