ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା

ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଚଳିତ ବର୍ଷ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ମୂଲ୍ୟାୟନ ।
ମାର୍ଚ୍ଚ ୧ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଏଥିନିମନ୍ତେ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଥିଲା।
ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି।

ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବ । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!