୭ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତରେ। ନବୀନଙ୍କ ସହ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, 5T ସଚିବ ଭି.କେ ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଓ ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଜାପାନ ଗସ୍ତରେ ସାମିଲ ହୋଇଛନ୍ତି।
ଗତକାଲି ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଜନେସ୍ ମିଟରେ ଯୋଗ ଦେବା ସହ ୧୨ଟି ବଡ଼ବଡ଼ ଇଣ୍ଡଷ୍ଟ୍ରିର କ୍ୟାପଟେନଙ୍କ ସହ ୱାନ ଟୁ ୱାନ ଆଲୋଚନା କରିଥିଲେ । ଓଡ଼ିଶାରେ ପ୍ରଚୁର ସମ୍ବଳ ଓ ବିପୁଳ ସୁଯୋଗ ଅଛି । ଓଡ଼ିଶା ଆସ ଓ ନିବେଶ କର ବୋଲି ଜାପାନରେ ପୁଞ୍ଜିପତିଙ୍କୁ ଆହ୍ଵାନ କରିଥିଲେ ମୁଖ୍ୟମନ୍ତ୍ରୀ । କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲର ଦୁଇଟି ପ୍ରକଳ୍ପକୁ ମଂଜୁରୀ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଜାପାନରୁ ଓଡ଼ିଶାକୁ ଆସିଛି ୨୬ ହଜାର କୋଟି ଟଙ୍କାର ନିବେଶ ପ୍ରସ୍ତାବ। ଜାପାନରୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ନିବେଶକ। ଗ୍ରୀନ ହାଇଡ୍ରୋଜେନ, ଗ୍ରୀନ ଆମୋନିଆ, ଗ୍ରୀନ ଏନର୍ଜୀ, ଆଇଟି କ୍ଷେତ୍ରରେ ନିବେଶ ପାଇଁ ଏହି ପ୍ରସ୍ତାବ ଆସିଛି। ଫଳରେ ନବୀନଙ୍କ ଜାପାନ ଗସ୍ତ ସଫଳ ହୋଇଥିବା କୁହାଯାଉଛି।
ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ୍ କର୍ପୋରେସନ୍ (ଏନଏସସି) ର କିମିସୁ ଇସ୍ପାତ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରତିନିଧିକୁ ପ୍ଲାଣ୍ଟ ବିଷୟରେ ସୂଚନା ଦିଆଯାଇଥିଲା ଏବଂ ସହଜରେ ମୁଖ୍ୟମନ୍ତ୍ରୀ ଓ ପ୍ରତିନିଧି ମଣ୍ଡଳୀରେ ସୁବିଧାରେ ପରିଦର୍ଶନ କରିଥିଲେ। ଟୋକିଓ ସ୍ଥିତ ନିପ୍ପନ ପ୍ଲାଣ୍ଟ ବୁଲି ଦେଖିବା ବେଳେ ସେମାନଙ୍କ ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗ୍ରୀନ ଟେକନୋଲୋଜି ଉପଯୋଗରେ ଷ୍ଟିଲ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି।
ନିପ୍ପନର ସହଯୋଗରେ କେନ୍ଦ୍ରାପଡା ଜଗତସିଂହପୁରରେ ହେବାକୁ ଯାଉଥିବା ଷ୍ଟିଲ ପ୍ଲାଣ୍ଟକୁ ନେଇ ବହୁତ ଆଶାବାଦୀ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ 5T ସଚିବ ଭିକେ ପାଣ୍ଡିଆନଙ୍କ ସହ ଆଲୋଚନା ବେଳେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ନିପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ ୱାର୍କସ ସେଣ୍ଟର ପରିଦର୍ଶନ କରିଛନ୍ତି। ଏହାସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ୍ ହେବ।
ଟୋକିଓ ସ୍ଥିତ ନିପୋନ ଷ୍ଟିଲ ପ୍ଲାଣ୍ଟ ବୁଲି ଦେଖିବା ବେଳେ ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ବହୁତ ଖୁସି ହେଲି। ଗ୍ରୀନ ଟେକ୍ନୋଲୋଜି ଉପଯୋଗରେ ଷ୍ଟିଲ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ସହଯୋଗରେ କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହେବାକୁଯାଉଥିବା ଷ୍ଟିଲ ପ୍ଲାଣ୍ଟ ନେଇ ମୁଁ ବହୁତ ଆଶାବାଦୀ।#OdishaInJapan pic.twitter.com/mTq9yfUlix
— Naveen Patnaik (@Naveen_Odisha) April 6, 2023

