ରାଜ୍ୟକୁ ‘ହିଟ ୱେଭ’ ଆଲର୍ଟ

ରାଜ୍ୟରେ ଜାରି ରହିଛି ଖରାର ପ୍ରକୋପ ତତଲା କଡ଼େଇରେ ସିଜୁଛି ସାରା ରାଜ୍ୟ। ଏପରିସ୍ଥଳେ ଆସନ୍ତା କିଛି ଦିନ ପାଇଁ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ ଓଡ଼ିଶା ଅନେକ ଜିଲ୍ଲା ପାଇଁହିଟ ୱେଭସତର୍କ ସୂଚନା ଜାରି କରିଛି। ଏପ୍ରିଲ ୧୩ ରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଅଞ୍ଚଳରେ ତାପମାତ୍ର ଅତିମାତ୍ରରେ ବଢ଼ିବାର ସମ୍ଭାବନା ରହିଛି

IMD ଆହୁରି ସୂଚନା ଦେଇଛି ଯେ ଆସନ୍ତା ଚାରି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ (ଦିନ) ତାପମାତ୍ରା ୩ ରୁ ୪ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ଆଇଏମଡି କହିଛି ଯେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡିଶା ଜିଲ୍ଲାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା) ୪୦  ଡିଗ୍ରୀ ସେଲସିୟସରୁ ଅଧିକ ଏବଂ ୩ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ସ୍ୱାଭାବିକଠାରୁ ଅଧିକ ହୋଇପାରେ।

ହିଟ ୱେଭ ୱାର୍ଣ୍ଣି

ଆସନ୍ତା ୭ ଦିନ ଯାଏ ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ଏବଂ କିଛି ଜିଲ୍ଲାକୁ ରେଡ୍ ମାର୍କ ଜାରି କରିଛି ପାଣିପାଗ କେନ୍ଦ୍ର ବଲାଙ୍ଗୀର, ଟିଟିଲାଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାକୁ ରେଡ୍ ମାର୍କ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ: ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହିଟ ୱେଭ ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି।

ସୂଚନା ଅନୁସାରେ ଆଜି ଭୁବନେଶ୍ୱରରେ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମ୍ବଲପୁରରେ ୩୮  ଡିଗ୍ରୀ , ଝାରସୁଗୁଡ଼ାରେ ୩୭.୬ ଡିଗ୍ରୀ, ଚାନ୍ଦବାଲିରେ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ସେହିପରି ବାଲେଶ୍ୱରରେ ୩୬.୮ ଡିଗ୍ରୀ, ହୀରାକୁଦରେ ୩୬.୨ ଡିଗ୍ରୀ, କେନ୍ଦୁଝରରେ ୩୫.୪ ଡିଗ୍ରୀ, ଗୋପାଳପୁରରେ ୩୪ ଡିଗ୍ରୀ, ପୁରୀରେ ୩୩.୮ ଡିଗ୍ରୀ ଓ ପାରାଦୀପର ତାପମାତ୍ରା ୩୨.୮ ଡିଗ୍ରୀ ରହିଛି

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!