ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ବିଧାନସଭା ଆସନ ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ କରାଯିବ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ନାମାଙ୍କନ ଭରିପାରିବେ ପ୍ରାର୍ଥୀ । ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହେବ ନାମାଙ୍କନପତ୍ର ଦାଖଲ । ୨୧ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ୨୪ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପ୍ରାର୍ଥୀ ନିଜ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ ।

ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ । ଗତ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ମନ୍ତ୍ରୀ ନବକିଶୋର ଦାସଙ୍କୁ ହତ୍ୟା ପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲିପଡ଼ିଛି ।

Post Views69 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!