ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ବନ୍ଦ

ସମ୍ବଲପୁର ଜିଲ୍ଲାରେ ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଉତ୍ତେଜନା ମୂଳକ ପରିସ୍ଥିତି ଲାଗି ରହିଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି।

ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ।  ସମ୍ବଲପୁର ଜିଲ୍ଲାରେ ଲାଗି ରହିଥିବା ଉତ୍ତେଜନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍‌ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ ଏହି ଘଟଣାପରଠୁ ସମ୍ବଲପୁରରେ ଉତ୍ତେଜନା ଲାଗିରହିଛି।

Post Views39 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!