ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ସମ୍ବଲପୁରରେ ଆଜିଠୁ କୋହଳ ହୋଇଛି କର୍ଫ୍ୟୁ। ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ।

ସକାଳେ ଏବଂ ଅପରାହ୍ନରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପୂର୍ବରୁ ଯେଉଁ ୨ ଘଣ୍ଟିଆ କୋହଳ କରାଯାଇଥିଲା। ପରେ ତାର ସମୟ ଅବଧିକୁ ଆହୁରି ବଢ଼ାଇ ଦିଆଯାଇଛି।

ସକାଳ ସାଢ଼େ ୭ରୁ ସାଢ଼େ ୧୧ ଏବଂ ଅପରାହ୍ନରେ ସାଢ଼େ ୩ଟାରୁ ସଂଧ୍ୟା ୬ଟା ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି। ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

ଅନ୍ୟପକ୍ଷରେ ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଜିଲ୍ଲାରେ ବନ୍ଦ ଥିବା ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!