ରାଜ୍ୟ ବିଜେପି ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ୨ଟି କମିଟି ଗଠନ କଲା । ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେ.ଭି. ସିଂଦେଓ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାୟକ ଏବଂ ଗୋଲକ ମହାପାତ୍ର ରହିଛନ୍ତି।
ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ରହିଛନ୍ତି ୮ ଜଣ ସଦସ୍ୟ। ସେହିପରି ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ପ୍ରଚାର କମିଟିରେ ରହିଛନ୍ତି ୧୪ ସଦସ୍ୟ।
ସେହିପରି ପ୍ରଚାର କମିଟିରେ ରହିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ, ସଂଗୀତା ସିଂଦେଓ, ନିତେଶ ଗଙ୍ଗଦେବ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଶଙ୍କର ଓରାମ, ନାଉରୀ ନାୟକ

