ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ବଟିକା

ଏପ୍ରିଲ ୨୧ ଠାରୁ ଜୁନ୍‌ ୧୬ ପର୍ଯ୍ୟନ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଗୁଡ଼ିକୁ ବନ୍ଦ ରହିବ ।

ତେବେ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ନିୟମିତ ଭାବେ ସ୍କୁଲ ଯିବେ । ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟାବଲେଟ । ୧୬ଜୁନ ଯାଏ ଘରକୁ ଘର ବୁଲି ଟାବଲେଟ ଦିଆଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିପାଇଁ ଛାତ୍ରଛାତ୍ରୀ ପିଛା ୮ଟି IFA ଟ୍ୟାବଲେଟ ଦିଆଯିବ । ପିଙ୍କ ଟ୍ୟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟ୍ୟାବଲେଟ ଷଷ୍ଠରୁ ଦ୍ୱାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ।

ଛାତ୍ରଛାତ୍ରୀମାନେ ଅଭିଭାବକଙ୍କ ଉପସ୍ଥିତିରେ ସମସ୍ତ ଔଷଧ ଖାଇବେ । ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଆନେମିଆ ମୁକ୍ତ ଓଡ଼ିଶା ଲକ୍ଷ୍ୟ ରଖାଯାଇଛି ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!