ଆସନ୍ତା ୬ ତାରିଖରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ !

ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ । ତେବେ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳୁଛି ।

ଜରୁରୀକାଳୀନ ସ୍ଥିତି ପାଇଁ କଣ ପଦକ୍ଷେପ ନିଆଯାଇଛି ତାହାର ବିସ୍ତୃତ ସୂଚନା ଦେଇଛନ୍ତି । କୌଣସି ଅସୁବିଧା ରହିଲେ ଏସଆରସିଙ୍କ ସହ ଯୋଗାଯୋଗ କରିବାକୁ ଲୋକଙ୍କୁ ଅପିଲ କରାଯାଇଛି ।

ଗତକାଲିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସେବା ଆରମ୍ଭ ହୋଇଛି । ୨୪ ଘଣ୍ଟା ଅଫିସରମାନେ ଏହି କଣ୍ଟୋଲ ରୁମରେ ରହିବା ସହିତ ପ୍ରତିଟି ସୂଚନା ରଖିବେ ।

ତା ସହିତ ଜିଲ୍ଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ସହିତ ଆବଶ୍ୟକସ୍ଥଳରେ ସ୍କୁଲ ଗୃହକୁ ମଧ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏସଆରସି ସୂଚନା ଦେଇଛନ୍ତି ।

Post Views52 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!