୯ ତାରିଖରେ ବାତ୍ୟା ସମ୍ଭାବନା : ଆଇଏମଡି ଡିଜିଙ୍କ ସୂଚନା

ବାତ୍ୟା ଆଶଙ୍କାକୁ ନଜରରେ ରଖି ପ୍ରଶାସନ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଦ୍ବାରା ପ୍ରଭାବିତ ହେଉଥିବା ୧୮ଟି ଜିଲ୍ଲାର ଜିଲ୍ଲାପାଳମାନେ ଆବଶ୍ୟକୀୟ ପଦକ୍ଷେପ ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସମେତ ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ସେବା ସଂସ୍ଥା ଆଦି ଆଗୁଆ ପ୍ରସ୍ତୁତ ରହିବେ। ଆବଶ୍ୟକସ୍ଥଳେ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବେ, ସବୁ ଅତ୍ୟାବଶ୍ୟକ ମେସିନ୍ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବେ, ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହ ମୁଖ୍ୟ ସଚିବ ବାତ୍ୟା ସମ୍ପର୍କରେ ନିୟମିତ ସମୀକ୍ଷା କରିବେ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ୬ତାରିଖରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୭ତାରିଖରେ ଲଘୁଚାପ ରୂପ ନେବା ଆକଳନ କରାଯାଇଛି ।

୮ତାରିଖରେ ଅବପାତ ନେଇ ପୂର୍ବାନୁମାନ କରାଯାଇଛି । ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି । ଉତ୍ତର ଦିଗକୁ ଯାଇ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ ।

ଗତି କରିବା ପରେ ଆହୁରି ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି । ତେବେ ଲଘୁଚାପ ସୃଷ୍ଟି ପରେ ଏହାର ଗତିପଥ ସ୍ପଷ୍ଟ ହେବ । ସମ୍ଭାବ୍ୟ ବାତ୍ୟା ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!