ଆସନ୍ତା ୫ ତାରିଖ ଓଡ଼ିଶା ଆସିପାରନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଗତ କିଛି ଦିନ ପୂର୍ବେ ମମତା ବାନାର୍ଜୀ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ସେତେବେଳେ ଏହାକୁ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଥିଲା ।
ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିହାର ମୁଖ୍ୟମନ୍ତ୍ରୀ ଭେଟିବା ନେଇ ଚର୍ଚ୍ଚା ବଢିଛି । ଯଦି ଉଭୟ ନେତାଙ୍କ ମଧ୍ୟରେ ଭେଟଘାଟ ହୁଏ ତେବେ କଣ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କର ନଜର ରହିବ ।
କାରଣ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ଜୋରଦାର ଉଦ୍ୟମ କରୁଛନ୍ତି । ଏଥିପାଇଁ ବିଭିନ୍ନ ଆଞ୍ଚଳିକ ଦଳର ନେତୃବୃନ୍ଦଙ୍କୁ ଭେଟୁଛନ୍ତି ।

