ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ଅନୁକମ୍ପା ରାଶି ବୃଦ୍ଧି

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ରେ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି ।

ସେହିପରି ଗୁରୁତର ଆହତଙ୍ କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି । ଗୋମହିଷାଦି ପ୍ରାଣୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି । ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ପୂର୍ବରୁ ଏହା ୫ ହଜାର ଟଙ୍କା ଥିଲା । ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

Post Views39 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!