କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା

ଦ୍ବିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳିଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳି ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!