ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ

ରାଜ୍ୟରେ ପ୍ରାୟ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା ।

ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ୟ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।

ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଏଥିସହ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିବା ନେଇ ତାରିଖ ଧାର୍ଯ୍ୟ ହୋଇନାହିଁ ।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!