ଦ କେରଳ ଷ୍ଟୋରୀ : ମମତା କଲେ ବ୍ୟାନ୍

ଗୋଟିଏ ପଟେ ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶ ଭଳି ରାଜ୍ୟରେ ଫିଲ୍ମକୁ ଟିକସମୁକ୍ତ କରାଯାଇଥିବା ବେଳେ ପଶ୍ଚିମବଙ୍ଗରେ ଫିଲ୍ମକୁ ସମ୍ପୂର୍ଣ୍ଣ ରୂପେ ବ୍ୟାନ୍ କରାଯାଇଛି ।

ପଶ୍ଚିମବଙ୍ଗର ସମସ୍ତ ସିନେମା ହଲରୁ ଏହି ଫିଲ୍ମ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ଶାନ୍ତି ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି ।

ଉତ୍ତରପ୍ରଦେଶରେ ଦ କେରଳ ଷ୍ଟୋରୀକୁ ଟିକସମୁକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଫିଲ୍ମକୁ ଟିକସମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଏହି ଫିଲ୍ମକୁ ବିହାରରେ ଟ୍ୟାକ୍ସ ଫ୍ରି କରିବାକୁ ଦାବି କରିଛନ୍ତି । ଉତ୍ତରପ୍ରଦେଶ ଭଳି ବିହାରରେ ଏହି ଫିଲ୍ମକୁ ଟିକସ ମୁକ୍ତ କରିବା ଆବଶ୍ୟକ ବୋଲି କହିଛନ୍ତି ଗିରିରାଜ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!