କୌଣସି ସମସ୍ୟା ବିନା ଜାରି ରହିଛି ଭୋଟ ଗ୍ରହଣ

ବର୍ତ୍ତମାନ ସୁଦ୍ଧା ଝାରସୁଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ୍ ଗ୍ରହଣ କୌଣସି ସମସ୍ୟା ବିନା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୪୧.୨୬ ଶତକଡା ମତଦାନ ହୋଇଛି। ଏପର୍ଯ୍ୟନ୍ତ ୪୬,୬୫୬ ପୁରୁଷ, ୪୪,୮୨୧ ମହିଳା ଭୋଟ ଦେଇଛନ୍ତି। ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଚାଲିଛି।

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ହୁଇଲ ଚେୟାର ଏବଂ ରାମ୍ପ୍ ବ୍ୟବସ୍ଥା କରାଯାଇଛି । ଯୁବ ଭୋଟରଙ୍କୁ ଉତ୍ସାହିତ କରିବାକୁ କରାଯାଇଛି ସେଲଫି ପଏଣ୍ଟ । ଭୋଟରଙ୍କୁ ସହାୟତା କରିବା ପାଇଁ ସ୍ବେଚ୍ଛାସେବୀ ରହିଛନ୍ତି । ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ୬ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧ- ସାମରିକ ବାହିନୀ ସହ ଓଡ଼ିଶା ପୋଲିସର ୧୯ ପ୍ଳାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

ସେହିପରି ସହରରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବିସ୍ତୃତ ବ୍ୟବସ୍ଥା କରିଛି। ଭୋଟରଙ୍କୁ ଥଣ୍ଡା ପାଣି, ମୃଦୁ ପାନୀୟ ଏବଂ ଫଳ ଦିଆଯାଉଛି । ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହିଳା ପୋଲିଂ କର୍ମଚାରୀଙ୍କୁ ନେଇ ପିଙ୍କ୍ ବୁଥ୍ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ପାଇଁ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରି ଭୋଟରଙ୍କୁ ଭବ୍ୟ ସ୍ୱାଗତ କରାଯାଉଛି ।

୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବା ବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି । ବୁଥ ଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

୨୬ଟି ପିଙ୍କ୍ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍ । ପିଙ୍କ୍ ବୁଥରେ କେବଳ ମହିଳା ପୋଲିଂ ଅଧିକାରୀ ଓ ମହିଳା ପୁଲିସ ଅଧିକାରୀ ରହିଛନ୍ତି । ମଡେଲ ବୁଥ ଗୁଡିକରେ ଦହି, ଲସି, ଓଆରଏସ ପାଣି ଓ ଲେମ୍ବୁପାଣି, ତରୁଭୁଜ ଭୋଟରମାନଙ୍କୁ ଦିଆଯାଉଛି । ଭୋଟରଙ୍କ ପାଇଁ ପ୍ରତୀକ୍ଷାଳୟ ମଧ୍ୟ ବ୍ୟବସ୍ଥା କରାଯାଇଛି। ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!