ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ।ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି ବିକ୍ରମ କେଶରୀ ଆରୁଖ ।
ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି।
ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ହଠାତ ଇସ୍ତଫା ଦେବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବା ନେଇ ଚର୍ଚ୍ଚା ହେଉଛି।
ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ।

