ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ

ବିଧାନସଭାରେ ଶପଥ ନେଲେ ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଦୀପାଳିଙ୍କ ସହ ଉପସ୍ଥିତ ଥିଲେ ମା’ ଆଉ ଭାଇ ।

ଦୀପାଳି କହିଛନ୍ତି ଏ ବିଜୟ ଝାରସୁଗୁଡାବାସୀଙ୍କର ଓ ମୁଖ୍ୟମନ୍ତ୍ରୀଙ୍କର । ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି ।

ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!